Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 48:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍‍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବ; ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି ତୁମ୍ଭ ଭବିଷ୍ୟଦ୍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।

Gade chapit la Kopi

ଓଡିଆ ବାଇବେଲ

4 ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍‍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।”

Gade chapit la Kopi

ପବିତ୍ର ବାଇବଲ

4 ପରମେଶ୍ୱର ମୋତେ କହିଲେ, ‘ଦେଖ, ମୁଁ ତୁମ୍ଭର ପରିବାରକୁ ବୃଦ୍ଧି କରିବି ଓ ତୁମ୍ଭଠାରୁ ନାନା ଜନସମାଜ ସୃଷ୍ଟି କରିବି। ତୁମ୍ଭର ବଂଶଧରକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବି।’

Gade chapit la Kopi




ଆଦି ପୁସ୍ତକ 48:4
20 Referans Kwoze  

ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”


ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।


ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।


ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।


ସେସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।


ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।


ତୁମ୍ଭେ ତ କହିଅଛ, ‘ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ରତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।’”


ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।


ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।


ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ।


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ଏଥିଉତ୍ତାରେ ସେମାନେ ଭାର ବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍‍, ପିଥୋମ୍‍ ଓ ରାମିଷେଷ୍‍ ନିର୍ମାଣ କରାଇଲେ।


ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।


ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।


ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।


ଆଉ, ଆମ୍ଭେ ଆପଣା ଦାସ ଯାକୁବକୁ ଯେଉଁ ଦେଶ ଦେଇଅଛୁ ଓ ଯହିଁ ମଧ୍ୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ବାସ କଲେ, ସେହି ଦେଶରେ ସେମାନେ ବାସ କରିବେ; ପୁଣି, ସେମାନେ, ଅର୍ଥାତ୍‍, ସେମାନେ, ସେମାନଙ୍କର ସନ୍ତାନମାନେ ଓ ସେମାନଙ୍କ ସନ୍ତାନଗଣର ସନ୍ତାନମାନେ ସଦାକାଳ ତହିଁ ମଧ୍ୟରେ ବାସ କରିବେ; ଆଉ, ଆମ୍ଭର ଦାସ ଦାଉଦ ସଦାକାଳ ସେମାନଙ୍କର ଅଧିପତି ହେବେ।


Swiv nou:

Piblisite


Piblisite