Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 49:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାଙ୍କର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍‍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ।

Gade chapit la Kopi

ଓଡିଆ ବାଇବେଲ

26 ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାଙ୍କର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍‍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ।

Gade chapit la Kopi

ପବିତ୍ର ବାଇବଲ

26 ତୁମ୍ଭର ପିତାଙ୍କ ଆଶୀର୍ବାଦ ପ୍ରାଚୀନ ପର୍ବତଠାରୁ ଅଧିକ ଏବଂ ଭଲ ବିଷୟ ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ହେବ। ଯୋଷେଫ ଯିଏ କି ତାଙ୍କ ଭାଇମାନଙ୍କଠାରୁ ଭିନ୍ନ ସେହି ଆଶୀର୍ବାଦ ସମସ୍ତ ଭୋଗ କରୁ।

Gade chapit la Kopi




ଆଦି ପୁସ୍ତକ 49:26
18 Referans Kwoze  

ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନ ଭିନ୍ନ କରି ତଡ଼ିଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।


ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍‍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ।


ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।


ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।


ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।”


ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,


ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,


ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।


ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।”


Swiv nou:

Piblisite


Piblisite