Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 49:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ରୁବେନ୍‍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।

Gade chapit la Kopi

ଓଡିଆ ବାଇବେଲ

3 ହେ ରୁବେନ୍‍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋ’ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।

Gade chapit la Kopi

ପବିତ୍ର ବାଇବଲ

3 “ହେ ମୋର ପ୍ରଥମ ପୁତ୍ର ରୁବେନ୍, ତୁମ୍ଭେ ମୋର ପ୍ରଥମଜାତ ପୁତ୍ର। ତୁମ୍ଭେ ମୋର ବଳ ଓ ଶକ୍ତିର ପ୍ରଥମ ଫଳ ଏବଂ ପୁଣି ମୋର ପୁତ୍ରମାନଙ୍କ ମଧ୍ୟରେ ତୁମ୍ଭେ ସବୁଠୁଁ ସମ୍ମାନିତ ଏବଂ ଶକ୍ତିଶାଳୀ ଥିଲ।

Gade chapit la Kopi




ଆଦି ପୁସ୍ତକ 49:3
17 Referans Kwoze  

ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;


ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବସ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ ଜ୍ୟେଷ୍ଠାଧିକାର ତାହାରି ଅଟେ।


ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।


ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”


ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ ଓ ପଲ୍ଲୁ, ହିଷ୍ରୋଣ ଓ କର୍ମି।


ଇସ୍ରାଏଲର ପ୍ରଥମଜାତ ରୁବେନ୍‍ର ସନ୍ତାନଗଣର କଥା, ରୁବେନ୍‍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ।


ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ;


ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍‍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୁଠାରୁ ପଲ୍ଲୁୟୀୟ ବଂଶ;


“ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”


ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍‍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍।


“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


ରୁବେନ୍‍ ବଞ୍ଚି ଥାଉ ଓ ନ ମରୁ; ତଥାପି ତାହାର ଲୋକ ସଂଖ୍ୟକ ହେଉନ୍ତୁ।


ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।


ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;


ପୁଣି ରୁବେନ୍‍ ଓ ଗାଦ୍‍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।


ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ୍‍, ଏକ ଅଂଶ।


Swiv nou:

Piblisite


Piblisite