Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 49:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡ଼ିକର ଲାଙ୍ଗୁଡ଼ କାଟିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ଵେଚ୍ଛାଚାରିତାରେ ରାଜହତ୍ୟା କଲେ।

Gade chapit la Kopi

ଓଡିଆ ବାଇବେଲ

6 ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡିକର ଲାଙ୍ଗୁଡ଼ କାଟିଲେ।

Gade chapit la Kopi

ପବିତ୍ର ବାଇବଲ

6 ସେମାନେ ଗୁପ୍ତରେ ମନ୍ଦ ଯୋଜନା କରନ୍ତି। ହେ ମୋର ପ୍ରାଣ ସେମାନଙ୍କର ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ। ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ, କାରଣ ସେମାନେ କ୍ରୋଧିତ ଥିଲାବେଳେ ମନୁଷ୍ୟମାନଙ୍କୁ ହତ୍ୟା ଏବଂ ସେମାନଙ୍କ ଆନନ୍ଦ ପାଇଁ ବଳଦଗୁଡ଼ିକୁ ହତ୍ୟା କଲେ।

Gade chapit la Kopi




ଆଦି ପୁସ୍ତକ 49:6
29 Referans Kwoze  

ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”


ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋʼ ଜୀବନକୁ ସଂଗ୍ରହ କର ନାହିଁ।


ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ।


ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?


ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;


ମୁଁ ଆମୋଦ-ପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ।


ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;


ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।


ଧାର୍ମିକମାନଙ୍କର ସଂକଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।


ସେମାନେ ଯଦି କହନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;


ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ।


ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।


ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।


ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।


ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ।


ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।


ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,


କିଶୋନ୍‍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍‍ ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ।


“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।


ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।


ପୁଣି, ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ;


Swiv nou:

Piblisite


Piblisite