Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 5:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଯେହେତୁ ସେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ଵାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ଵନା ଜନ୍ମାଇବ।

Gade chapit la Kopi

ଓଡିଆ ବାଇବେଲ

29 ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।

Gade chapit la Kopi

ପବିତ୍ର ବାଇବଲ

29 ଲେମକ ତା'ର ନାମ ରଖିଲା ନୋହ। ସେ କହିଲା, “ପରମେଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭର କଠିନ ପରିଶ୍ରମକୁ ଲାଘବ କରିବା ପାଇଁ, ସେ ଆମ୍ଭମାନଙ୍କୁ ସାନ୍ତ୍ୱନା ଦେବ।”

Gade chapit la Kopi




ଆଦି ପୁସ୍ତକ 5:29
17 Referans Kwoze  

ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।


ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ।


ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।


ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥାʼନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।


ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।


ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;


ଶେଲହ କେନାନଙ୍କ ପୁତ୍ର, କେନାନ ଅର୍ଫକ୍ଷଦଙ୍କ ପୁତ୍ର, ଅର୍ଫକ୍ଷଦ ଶେମଙ୍କ ପୁତ୍ର, ଶେମ ନୋହଙ୍କ ପୁତ୍ର, ନୋହ ଲେମଖଙ୍କ ପୁତ୍ର,


ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।


କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାହାର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାହାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ;


ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,


ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚ ଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;


Swiv nou:

Piblisite


Piblisite