Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 50:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅନନ୍ତର ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।

Gade chapit la Kopi

ଓଡିଆ ବାଇବେଲ

10 ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।

Gade chapit la Kopi

ପବିତ୍ର ବାଇବଲ

10 ଏହା ପରେ ସେମାନେ ଯର୍ଦ୍ଦନପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ ସେଠାରେ ମହାବିଳାପ କରି ରୋଦନ କଲେ। ସେମାନେ ସେଠାରେ ଯୋଷେଫଙ୍କ ପିତାଙ୍କ ପାଇଁ ସାତ ଦିନ ଶୋକ କଲେ।

Gade chapit la Kopi




ଆଦି ପୁସ୍ତକ 50:10
16 Referans Kwoze  

ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ।


ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।


ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;


ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।


ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।


ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍‍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ,


ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।


ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ୍‍ ମିସର ନାମରେ ବିଖ୍ୟାତ ହେଲା।


ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,


ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”


ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।


ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।


ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।


ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା।


ଆହୁରି, ସେମାନେ ଉଚ୍ଚସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;


ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।


Swiv nou:

Piblisite


Piblisite