Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 50:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟାକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

2 ଯୋଷେଫ ତାଙ୍କର ବୈଦ୍ୟମାନଙ୍କୁ ତାଙ୍କ ପିତାଙ୍କର ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ। ସେମାନେ ଶରୀରକୁ ମିଶରୀୟ ପଦ୍ଧତିରେ ପ୍ରସ୍ତୁତ କଲେ।

Gade chapit la Kopi




ଆଦି ପୁସ୍ତକ 50:2
10 Referans Kwoze  

ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।


ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।


ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍‌ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି।


ଆଉ, ସେ ମୋହର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି।


ସେଥିରେ ଯୀଶୁ କହିଲେ, “ଏହାକୁ ଛାଡ଼ିଦିଅ, ଯେପରି ମୋହର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ।


ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ।


ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି।


ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”


ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ବନ କଲେ।


Swiv nou:

Piblisite


Piblisite