Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ପରମେଶ୍ଵର ନୋହଙ୍କୁ କହିଲେ, ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ଵାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।

Gade chapit la Kopi

ଓଡିଆ ବାଇବେଲ

13 ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।

Gade chapit la Kopi

ପବିତ୍ର ବାଇବଲ

13 ତେଣୁ ପରମେଶ୍ୱର ନୋହଙ୍କୁ କହିଲେ, “ସମସ୍ତ ଲୋକ ପୃଥିବୀକୁ କ୍ରୋଧ ଓ ହିଂସାରେ ଛାରଖାର କରି ଦେଲେଣି। ତେଣୁ ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।

Gade chapit la Kopi




ଆଦି ପୁସ୍ତକ 6:13
19 Referans Kwoze  

ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,


ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମକାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।”


ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।


ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।


ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମକାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।


ଶିମୀୟୋନ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ୍ଗ ଦୌରାତ୍ମ୍ୟର ଅସ୍ତ୍ର।


ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।


ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”


ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,


ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।


ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନସକଳ ପଦାର୍ଥ ଶ୍ରବଣ କରୁ।


ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


Swiv nou:

Piblisite


Piblisite