Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀଙ୍କି ଲୁପ୍ତ କରିବା।

Gade chapit la Kopi

ଓଡିଆ ବାଇବେଲ

4 ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”

Gade chapit la Kopi

ପବିତ୍ର ବାଇବଲ

4 ସାତ ଦିନ ପରେ ମୁଁ ଗ୍ଭଳିଶ୍ ଦିବାରାତ୍ରି ପୃଥିବୀରେ ବୃଷ୍ଟି କରାଇବି। ପୃଥିବୀର ସମସ୍ତ ଜୀବିତ ପ୍ରାଣୀ ଓ ସେଠାକାର ସମସ୍ତ ଜିନିଷ ଧ୍ୱଂସ କରି ଦେବି, ଯାହା ମୁଁ ସୃଷ୍ଟି କରିଥିଲି।”

Gade chapit la Kopi




ଆଦି ପୁସ୍ତକ 7:4
23 Referans Kwoze  

ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।


ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।


ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।


ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।


ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”


ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।


ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।


“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।


ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି।


ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;


ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।


ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା।


ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;


ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”


ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।


ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।


ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାରସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”


Swiv nou:

Piblisite


Piblisite