ହବକ୍କୂକ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳ ସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)12 ହେ ସଦାପ୍ରଭୁ, ମୋର ପରମେଶ୍ଵର, ମୋର ଧର୍ମସ୍ଵରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ଵରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ । Gade chapit laଓଡିଆ ବାଇବେଲ12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ। Gade chapit laପବିତ୍ର ବାଇବଲ12 ତା'ପରେ ହବକ୍କୂକ କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ। ତୁମ୍ଭେ ଏକମାତ୍ର ପବିତ୍ର ଅଟ, ଯିଏ କେବେ ଅନ୍ତର୍ହିତ କରିବ ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ବିଗ୍ଭର କରିବା ପାଇଁ ନିଯୁକ୍ତି କଲ କି? ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦେବା ପାଇଁ ତୁମ୍ଭେ ସେମାନଙ୍କୁ ପଠାଇଲ କି? Gade chapit la |
ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।