Biblia Todo Logo
Bib sou entènèt

- Piblisite -




ହବକ୍କୂକ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ଵାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ?

Gade chapit la Kopi

ଓଡିଆ ବାଇବେଲ

13 ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ ?

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭର ଚକ୍ଷୁଗୁଡ଼ିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖି ପାରିବ ନାହିଁ। ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ୟ କରି ପାରିବ ନାହିଁ। ତେଣୁ କିପରି ସେହି ମନ୍ଦ ଲୋକମାନେ ଜୟ କରିବାର ତୁମ୍ଭେ ଦେଖି ପାରିବ? କାହିଁକି ତୁମ୍ଭେ ପ୍ରତିକ୍ରିୟା କରୁ ନାହଁ, ଯେତେବେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?

Gade chapit la Kopi




ହବକ୍କୂକ 1:13
37 Referans Kwoze  

ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।


ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗିଦିଅ; ଆଉ, ତୁମ୍ଭେ ମନ୍ଦ ଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର।


ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?”


ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;


ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ?


ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।


ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।


ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।


କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।


ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।”


ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।


ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।


ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?”


ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।


ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?


ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;


ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।


ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।


“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।


ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି! ମୁଁ ସନ୍ତାପର ପାତ୍ର! ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।”


ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ।


ଓ ମନୁଷ୍ୟକୁ ସମୁଦ୍ରର ମତ୍ସ୍ୟ ପରି ଓ ଯେଉଁମାନଙ୍କର ଅଧ୍ୟକ୍ଷ କେହି ନାହିଁ, ଏପରି ଉରୋଗାମୀ କୀଟ ପରି କାହିଁକି କରୁଅଛ?


ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।”


ଯେଉଁ ଦାସ ଆପଣା ସ୍ୱାମୀ ନିକଟରୁ ପଳାଇ ତୁମ୍ଭ ନିକଟକୁ ଆସିଅଛି, ତୁମ୍ଭେ ତାହାକୁ ତାହାର ସେହି ସ୍ୱାମୀ ହସ୍ତରେ ସମର୍ପଣ କରିବ ନାହିଁ।


ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।


Swiv nou:

Piblisite


Piblisite