Biblia Todo Logo
Bib sou entènèt

- Piblisite -




ହବକ୍କୂକ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ? କାରଣ ମୋʼ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ ? କାରଣ ମୋ’ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।

Gade chapit la Kopi

ପବିତ୍ର ବାଇବଲ

3 ଲୋକମାନେ ଜିନିଷ ଧ୍ୱଂସ କରୁଛନ୍ତି ଓ ଅନ୍ୟକୁ ଆଘାତ କରୁଛନ୍ତି। ସେମାନେ ଯୁକ୍ତି କରୁଛନ୍ତି ଓ ଲଢ଼ୁଛନ୍ତି। ଏହି ଅନ୍ୟାୟ ସବୁ ମୁଁ କାହିଁକି ଦେଖିବି? ଏହି ଖରାପ ଦ୍ରବ୍ୟ ମୁଁ କାହିଁକି ଦେଖିବି?

Gade chapit la Kopi




ହବକ୍କୂକ 1:3
16 Referans Kwoze  

କାରଣ ମୁଁ ଯେତେ ଥର କଥା କହେ, ସେତେଥର କ୍ରନ୍ଦନ କରେ; “ମୁଁ ଦୌରାତ୍ମ୍ୟ ଓ ଧନାପହାର ବୋଲି ଉଚ୍ଚସ୍ୱର କରେ;” କାରଣ ସଦାପ୍ରଭୁଙ୍କର ବାକ୍ୟ ମୋʼ ପ୍ରତି ସାରାଦିନ ଧିକ୍କାର ଓ ବିଦ୍ରୂପର ବିଷୟ ହୋଇଅଛି।


ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।


ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ।


“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।


ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।


ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।


ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି?


ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।


ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।


Swiv nou:

Piblisite


Piblisite