Biblia Todo Logo
Bib sou entènèt

- Piblisite -




ହବକ୍କୂକ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହାଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ଵାସ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ସଦାପ୍ରଭୁ ଉତ୍ତର ଦେଲେ, “ଅନ୍ୟ ଗୋଷ୍ଠୀଗୁଡ଼ିକୁ ଗ୍ଭହଁ। ସେମାନଙ୍କୁ ଲକ୍ଷ୍ୟ କର ଏବଂ ତୁମ୍ଭେ ଆଶ୍ଚର୍ଯ୍ୟାନ୍ୱିତ ହେବ। ତୁମ୍ଭର ଜୀବନ କାଳ ମଧ୍ୟରେ ଆମ୍ଭେ ଯାହା କରିବା ତାହା ତୁମ୍ଭକୁ ଆଶ୍ଚର୍ଯ୍ୟାନ୍ୱିତ କରିବ। ଯଦି କେହି ତୁମ୍ଭକୁ କହେ, କ’ଣ ହେବାକୁ ଯାଉଥିଲା, ତୁମ୍ଭେ କେବେ ବିଶ୍ୱାସ କରି ନ ଥା’ନ୍ତ।

Gade chapit la Kopi




ହବକ୍କୂକ 1:5
15 Referans Kwoze  

ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।


ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍‍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।”


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।


ସଦାପ୍ରଭୁ କହନ୍ତି, “ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,”


ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରାଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।


ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।


ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର।


Swiv nou:

Piblisite


Piblisite