Biblia Todo Logo
Bib sou entènèt

- Piblisite -




ହବକ୍କୂକ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅଣ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ ! ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାନପାତ୍ର ତୁମ୍ଭଆଡ଼େ ଫେରାଯିବ ଓ ତୁମ୍ଭ ଗୌରବର ଉପରେ ଘୃଣାଜନକ ଲଜ୍ଜା ବର୍ତ୍ତିବ।

Gade chapit la Kopi

ପବିତ୍ର ବାଇବଲ

16 “କିନ୍ତୁ ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାତ୍ର ତୁମ୍ଭ ଆଡ଼କୁ ଆସିବ। ତୁମ୍ଭେ ସମ୍ମାନ ବଦଳରେ ଅପମାନରେ ପରିପୂର୍ଣ୍ଣ ହେବ। “ତୁମ୍ଭକୁ ଦ୍ରାକ୍ଷାରସ ପିଆଇ ଦିଆଯିବ ଏବଂ ଉଲଗ୍ନ କରାଯିବ। ତୁମ୍ଭର ସମ୍ମାନ ବଦଳରେ ଅପମାନ ଆସିବ।

Gade chapit la Kopi




ହବକ୍କୂକ 2:16
21 Referans Kwoze  

ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।


ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।


ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।


ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।


ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।


ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।


ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”


ସେହିପରି ଅଶୂରର ରାଜା ମିସରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।


ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ।


ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।


ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;


ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।


ତୁମ୍ଭେ ମତ୍ତତା ଓ ଶୋକରେ ପରିପୂର୍ଣ୍ଣ ହେବ, ବିସ୍ମୟ ଓ ଧ୍ୱଂସରୂପ ପାତ୍ରରେ, ତୁମ୍ଭ ଭଗିନୀ ଶମରୀୟାର ପାତ୍ରରେ ପରିପୂର୍ଣ୍ଣ ହେବ।


ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।


ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର!


Swiv nou:

Piblisite


Piblisite