Biblia Todo Logo
Bib sou entènèt

- Piblisite -




ହବକ୍କୂକ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, “ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଅନନ୍ତର ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।

Gade chapit la Kopi

ଓଡିଆ ବାଇବେଲ

2 ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ମୋତେ ଉତ୍ତର ଦେଲେ, “ଆମ୍ଭେ ତୁମ୍ଭକୁ ଯେଉଁ ଦର୍ଶନ ଦେଖାଉଛୁ ତାହା ଗୋଟିଏ ଫଳକ ଉପରେ ସ୍ପଷ୍ଟ ଭାବରେ ଲେଖ ଯେପରିକି ସବୁଲୋକ ସହଜରେ ପଢ଼ି ପାରିବେ।

Gade chapit la Kopi




ହବକ୍କୂକ 2:2
18 Referans Kwoze  

ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତକାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।


ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।


ଏଣୁ ମୋଶା ସେହି ଦିନ ଏହି ଗୀତ ଲେଖି ଇସ୍ରାଏଲ-ସନ୍ତାନଗଣକୁ ଶିଖାଇଲେ।


ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।”


ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)”


ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।”


ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ-ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ।


ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।”


ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,


ତଥାପି ମୁଁ ଯେପରି ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେଇ ପାରେ, ଏଥିନିମନ୍ତେ ମଣ୍ଡଳୀରେ ପରଭାଷାରେ ଦଶ ହଜାର କଥା କହିବା ଅପେକ୍ଷା ବରଂ ବୁଦ୍ଧି ସହିତ ପାଞ୍ଚୋଟି କଥା କହିବାକୁ ଭଲ ପାଏ।


ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।


“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।


ବାବିଲର ରାଜା ବେଲ୍‍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।


Swiv nou:

Piblisite


Piblisite