Biblia Todo Logo
Bib sou entènèt

- Piblisite -




ହବକ୍କୂକ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ? ଯଥା, “ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର! କେତେ କାଳ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ? ଯଥା, ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର ! କେତେ କାଳ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର !

Gade chapit la Kopi

ଓଡିଆ ବାଇବେଲ

6 ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ ? ଯଥା, ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର ! କେତେ କାଳ ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର !

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ଖୁବ୍ ଶୀଘ୍ର ସେହି ଲୋକମାନେ ତାକୁ ଉପହାସ କରିବେ। ସେମାନେ ତା'ର ପରାଜୟ ବିଷୟରେ ଗପ କରିବେ। ସେମାନେ ତାକୁ ପରିହାସ କରି କହିବେ, ‘ତାକୁ ଧିକ୍, ଯିଏ ଅନ୍ୟ ଲୋକମାନଙ୍କର ଧନସମ୍ପତ୍ତିକୁ ନେଇଯାଏ। ଆଉ କେତେଦିନ ପର୍ଯ୍ୟନ୍ତ ସେ ଋଣ ସଂଗ୍ରହ ଦ୍ୱାରା ଧନୀ ହେବ? ସର୍ବଶେଷରେ ତା'ର ସମ୍ପଦସବୁ ତା’ ଉପରେ ବୋଝ ହେବ।’

Gade chapit la Kopi




ହବକ୍କୂକ 2:6
25 Referans Kwoze  

ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, “ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।”


ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବ।


ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।


ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’


ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,


କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?


ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ?


ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ।


ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ; ସେମାନେ, ଅର୍ଥାତ୍‍, ଖଡ୍ଗ ଦ୍ୱାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି।


ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।


ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, “କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ,” ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।


ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।


ହେ ସଦାପ୍ରଭୋ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ?


ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋʼ କଥାରେ କର୍ଣ୍ଣପାତ କର।


କାରଣ ସେ କହିଅଛି, “ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;


ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର!


ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର!


ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ।


Swiv nou:

Piblisite


Piblisite