Biblia Todo Logo
Bib sou entènèt

- Piblisite -




ହବକ୍କୂକ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପରମେଶ୍ୱର ତୈମନ୍‍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପରମେଶ୍ଵର ତୈମନରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା। ତାହାଙ୍କର ପ୍ରତାପ ଆକାଶମଣ୍ତଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।

Gade chapit la Kopi

ଓଡିଆ ବାଇବେଲ

3 ପରମେଶ୍ୱର ତୈମନ୍‍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।

Gade chapit la Kopi

ପବିତ୍ର ବାଇବଲ

3 ପରମେଶ୍ୱର ତୈମନରୁ ଆସୁଛନ୍ତି। ସେହି ପବିତ୍ର ପୁରୁଷ ପାରଣ ପର୍ବତରୁ ଓହ୍ଲାଇ ଆସୁଛନ୍ତି। ସେଲା ସଦାପ୍ରଭୁଙ୍କ ମହିମା ସ୍ୱର୍ଗକୁ ଆବୃତ କରେ। ତାଙ୍କର ପ୍ରଶଂସା ପୃଥିବୀକୁ ପୂର୍ଣ୍ଣ କରେ।

Gade chapit la Kopi




ହବକ୍କୂକ 3:3
32 Referans Kwoze  

ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”


ପୁଣି, ହେ ତୈମନ୍‍, ଏଷୌର ପର୍ବତରୁ ହତ୍ୟା ଦ୍ୱାରା ଯେପରି ପ୍ରତ୍ୟେକ ଜଣ ଉଚ୍ଛିନ୍ନ ହେବେ, ଏହି ଅଭିପ୍ରାୟରେ ତୁମ୍ଭର ବୀରଗଣ ଉଦ୍‍ବିଗ୍ନ ହେବେ।


ମାତ୍ର ଆମ୍ଭେ ତୈମନ୍‍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”


ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]


ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍‍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?


ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”


ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।


ପୁଣି, ତୁମ୍ଭେମାନେ କହିଲ, ‘ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।


ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା।


ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।


ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।


ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। [ସେଲା]


ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]


ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]


ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। [ସେଲା]


ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ ପ୍ରାନ୍ତରକୁ ଗଲେ।


ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା।


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


ପୁଣି, ଇଲୀଫସ୍‍ର ପୁତ୍ର ତୈମନ୍‍ ଓ ଓମାର୍ ଓ ସଫୋ ଓ ଗୟିତମ୍‍ ଓ କନସ୍‍।


ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,


ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।


ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!


ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।


ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।


କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।


Swiv nou:

Piblisite


Piblisite