Biblia Todo Logo
Bib sou entènèt

- Piblisite -




ହବକ୍କୂକ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମୁଁ କୂଶନର ତମ୍ଵୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।

Gade chapit la Kopi

ଓଡିଆ ବାଇବେଲ

7 ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।

Gade chapit la Kopi

ପବିତ୍ର ବାଇବଲ

7 ମୁଁ ଦେଖିଲି କୂଶନର ନଗରଗୁଡ଼ିକ ଅସୁବିଧାରେ ଥିଲେ। ମିଦିୟନର ଗୃହଗୁଡ଼ିକ ଭୟରେ ଥରିଲେ।

Gade chapit la Kopi




ହବକ୍କୂକ 3:7
12 Referans Kwoze  

ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।


କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କି ପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;


ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍‍ବିଗ୍ନ କଲେ।


ଲୋକମାନେ ସେମାନଙ୍କର ତମ୍ବୁ ଓ ପଶୁପଲସବୁ ନେଇଯିବେ; ସେମାନଙ୍କର ଯବନିକା ଓ ସେମାନଙ୍କର ଯାବତୀୟ ପାତ୍ର ଓ ଓଟଗଣକୁ ସେମାନେ ଆପଣାମାନଙ୍କ ନିମନ୍ତେ ନେଇଯିବେ, ଆଉ ‘ଚତୁର୍ଦ୍ଦିଗରେ ଆଶଙ୍କା’ ବୋଲି ଉଚ୍ଚସ୍ୱରରେ ସେମାନଙ୍କୁ କହିବେ।


ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।


Swiv nou:

Piblisite


Piblisite