Biblia Todo Logo
Bib sou entènèt

- Piblisite -




ହବକ୍କୂକ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣ ସ୍ୱରୂପ ରଥସମୂହରେ ଆରୋହଣ କଲ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ଵଗଣର ଉପରେ, ଆପଣା ତ୍ରାଣସ୍ଵରୂପ ରଥସମୂହରେ ଆରୋହଣ କଲ?

Gade chapit la Kopi

ଓଡିଆ ବାଇବେଲ

8 ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣସ୍ୱରୂପ ରଥସମୂହରେ ଆରୋହଣ କଲ ?

Gade chapit la Kopi

ପବିତ୍ର ବାଇବଲ

8 ହେ ସଦାପ୍ରଭୁ, ତୁମ୍ଭେ କ’ଣ ନଦୀ, ଝରଣା, ସମୁଦ୍ର ଉପରେ କ୍ରୋଧାନ୍ୱିତ ହୋଇଥିଲ? ସେଥିପାଇଁ କ’ଣ ତୁମ୍ଭେ ତୁମ୍ଭର ଅଶ୍ୱ ଏବଂ ରଥକୁ ଆରୋହଣ କଲ?

Gade chapit la Kopi




ହବକ୍କୂକ 3:8
24 Referans Kwoze  

ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।


ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।


ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?


ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା।


ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।


ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।


ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।


ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।


ମିସର ବିଷୟକ ଭବିଷ୍ୟତବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।


ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।


ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।


ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍‍ଗମନ କଲେ।


ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।


ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା।


ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ।


ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।


ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀର ଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀର ଜଳ ରକ୍ତ ହୋଇଗଲା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ‘ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍‍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।’”


ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।


ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।


କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।


Swiv nou:

Piblisite


Piblisite