Biblia Todo Logo
Bib sou entènèt

- Piblisite -




ହାଗୟ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ଅନାବୃଷ୍ଟିକି ଆହ୍ଵାନ କଲୁ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।

Gade chapit la Kopi

ପବିତ୍ର ବାଇବଲ

11 ସଦାପ୍ରଭୁ କୁହନ୍ତି, “ପର୍ବତ ଓ ପୃଥିବୀ ଶୁଷ୍କ ହେବାକୁ ଆମ୍ଭେ ଆଦେଶ ଦେଲୁ। ଶସ୍ୟ, ସଦ୍ୟ ଦ୍ରାକ୍ଷାରସ, ଅଲିଭ ତେଲ ଏବଂ ପୃଥିବୀ ଉତ୍ପାଦନ କରୁଥିବା ସମସ୍ତ ଜିନିଷ ଶୁଷ୍କ ହୋଇଯିବ। ଏହି ମରୁଡି ମଧ୍ୟ ପ୍ରତ୍ୟେକ ପଶୁ, ମନୁଷ୍ୟ ଓ ତୁମ୍ଭର ଶ୍ରମିକ ଉପରେ ପ୍ରଭାବ ପକାଇବ।”

Gade chapit la Kopi




ହାଗୟ 1:11
13 Referans Kwoze  

ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି।


ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଖଡ୍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍‍ଗାମୀ ହେବେ।


ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।”


ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”


ଯେ ଆକାଶରେ ଆପଣା କୋଠରି ଶ୍ରେଣୀ ନିର୍ମାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ।


ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା।


ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର। ସଦାପ୍ରଭୁ ତାହାଙ୍କର ନାମ।


ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋʼ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।


ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;


“ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।


ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”


Swiv nou:

Piblisite


Piblisite