Biblia Todo Logo
Bib sou entènèt

- Piblisite -




ହାଗୟ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ୍ ରାଜାର ଅଧିକାରର ଦ୍ଵିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସଦାପ୍ରଭୁ ଶଲ୍‍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,

Gade chapit la Kopi

ପବିତ୍ର ବାଇବଲ

14 ତା'ପରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷୟରେ ଲୋକମାନଙ୍କୁ ଉତ୍ତେଜିତ କଲେ। ଯିହୁଦାର ଶାସକ ଶ‌‌ଲ୍‌‌ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ମହାଯାଜକ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କୁ ମଧ୍ୟ ସଦାପ୍ରଭୁ ଉତ୍ତେଜିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷୟରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତେଜିତ କଲେ। ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।

Gade chapit la Kopi




ହାଗୟ 1:14
19 Referans Kwoze  

ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା,


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।


“ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍‍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍‍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।


ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,


ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍‍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍‍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।


“ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ,


ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା।


ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯତ୍ନରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି।


ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।


ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।


Swiv nou:

Piblisite


Piblisite