Biblia Todo Logo
Bib sou entènèt

- Piblisite -




ହାଗୟ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ‘କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ?’” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ନା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯେବେ ତାହାର ଅଞ୍ଚଳ ରୁଟୀ କିମ୍ଵା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ନା।

Gade chapit la Kopi

ଓଡିଆ ବାଇବେଲ

12 କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ନା।

Gade chapit la Kopi

ପବିତ୍ର ବାଇବଲ

12 ‘ମନେକର ଜଣେ ମନୁଷ୍ୟ କିଛି ମାଂସ ତା'ର ପୋଷାକର ଭାଙ୍ଗରେ ନିଏ। ଏହା ପବିତ୍ର ହେବ କାରଣ ଏହି ମାଂସ ବଳିଦାନର ଏକ ଅଂଶ ବିଶେଷ। କ’ଣ ସେହିସବୁ ବସ୍ତ୍ର ଯଦି ରୋଟୀ, ରନ୍ଧାଖାଦ୍ୟ, ତେଲ କି ଅନ୍ୟ କୌଣସି ଖାଦ୍ୟ ପଦାର୍ଥକୁ ସ୍ପର୍ଶ କରେ ତେବେ ସେ ସବୁ କ’ଣ ପବିତ୍ର ହୋଇଯିବ?’” ଯାଜକ ଉତ୍ତର ଦେଲେ, “ନାଁ,” ତାହା ହୋଇ ପାରିବ ନାହିଁ।

Gade chapit la Kopi




ହାଗୟ 2:12
8 Referans Kwoze  

ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ?


ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ।


ପୁଣି, ଯେତେବେଳେ ସେମାନେ ବାହାର ପ୍ରାଙ୍ଗଣକୁ, ଅର୍ଥାତ୍‍, ବାହାର ପ୍ରାଙ୍ଗଣରେ ଲୋକମାନଙ୍କ ନିକଟକୁ ଯିବେ, ସେତେବେଳେ ସେମାନେ ଆପଣାମାନଙ୍କ ପରିଚର୍ଯ୍ୟାର୍ଥକ ବସ୍ତ୍ର କାଢ଼ି ପବିତ୍ର କୋଠରିରେ ରଖିବେ ଓ ଆପଣାମାନଙ୍କ ସେହି ବସ୍ତ୍ର ଦ୍ୱାରା ଯେପରି ଲୋକମାନଙ୍କୁ ପବିତ୍ର ନ କରନ୍ତି, ଏଥିପାଇଁ ଅନ୍ୟ ବସ୍ତ୍ର ପରିଧାନ କରିବେ।


ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।


ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ; ତାହା ମହାପବିତ୍ର।


ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।


ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।


ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।


Swiv nou:

Piblisite


Piblisite