ହାଗୟ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତେବେ ହାଗୟ ଉତ୍ତର କରି କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତେବେ ହାଗୟ ଉତ୍ତର କରି କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ। Gade chapit laଓଡିଆ ବାଇବେଲ14 ତେବେ ହାଗୟ ଉତ୍ତର କରି କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ। Gade chapit laପବିତ୍ର ବାଇବଲ14 ତା'ପରେ ହାଗୟ କହିଲେ, “ସଦାପ୍ରଭୁ ପରମେଶ୍ୱର ଏହିସବୁ କହନ୍ତି, ‘ଦେଶର ଲୋକମାନଙ୍କ ବିଷୟରେ ଏହା ସତ୍ୟ ଅଟେ। ସେହି ଲୋକମାନେ ଆମ୍ଭ ସମ୍ମୁଖରେ ଶୁଦ୍ଧ ଓ ପବିତ୍ର ନ ଥିଲେ। ତେଣୁ ଯେକୌଣସି ଜିନିଷକୁ ସେମାନେ ଛୁଉଁଥିଲେ ଏବଂ ଯେକୌଣସି ଜିନିଷକୁ ସେମାନେ ଯଜ୍ଞବେଦି ଉପରକୁ ଆଣୁଥିଲେ ସେଗୁଡ଼ିକ ସବୁ ଅଶୁଦ୍ଧ ହେଉଥିଲା। Gade chapit la |
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;