Biblia Todo Logo
Bib sou entènèt

- Piblisite -




ହାଗୟ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍‍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ଵରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

23 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍‍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ୍‍, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ୱରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

23 ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହୁଛନ୍ତି। “ଶ‌‌ଲ୍‌‌ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲ, ତୁମ୍ଭେ ଆମ୍ଭର ଭୃତ୍ୟ। ଆମ୍ଭେ ତୁମ୍ଭକୁ ବାଛିଅଛୁ, ସେହି ସମୟରେ ଆମ୍ଭେ ତୁମ୍ଭକୁ ଏକ ମୋହର ଥିବା ମୁଦି କରିବା। ଆମ୍ଭେ ଏସବୁ କରିଛୁ ବୋଲି ତୁମ୍ଭେ ଏହାର ପ୍ରମାଣ ହେବ।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ ବାକ୍ୟ କହିଲେ।

Gade chapit la Kopi




ହାଗୟ 2:23
12 Referans Kwoze  

ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ, ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


“ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍‍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;


ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।


ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,


ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”


ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ଅଣଯିହୁଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ।


ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।


ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।


Swiv nou:

Piblisite


Piblisite