Biblia Todo Logo
Bib sou entènèt

- Piblisite -




ହାଗୟ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍‍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;

Gade chapit la Kopi

ଓଡିଆ ବାଇବେଲ

4 ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍‍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ବର୍ତ୍ତମାନ ସଦାପ୍ରଭୁ କୁହନ୍ତି, “ଯିରୁବ୍ବାବିଲର ସାହସ ଜଗାଅ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ, ତୁମ୍ଭେ ଜଣେ ମହାଯାଜକ ସାହସ ଜଗାଅ ଏବଂ ତୁମ୍ଭେ ସବୁଲୋକ ସାହସ ଜଗାଅ।” ସଦାପ୍ରଭୁ କୁହନ୍ତି, “ଏହି କାର୍ଯ୍ୟ ଗ୍ଭଲୁ ରଖ, କାରଣ ଆମ୍ଭେ ତୁମ୍ଭମାନଙ୍କ ସହିତ ଅଛୁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ।

Gade chapit la Kopi




ହାଗୟ 2:4
20 Referans Kwoze  

ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍‍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।


ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।


ପୁଣି, ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, “ବଳବାନ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା।”


ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,


ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହି ସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;


ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।


ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।


ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”


ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,


କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]


ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।


ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”


ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; “ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।”


ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।


ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।


ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ।


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite