Biblia Todo Logo
Bib sou entènèt

- Piblisite -




ଏବ୍ରୀ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆହୁରି, “ହେ ପ୍ରଭୁ, ତୁମ୍ଭେ ଆରମ୍ଭରେ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି ଆକାଶମଣ୍ତଳ ତୁମ୍ଭ ହସ୍ତକୃତ କର୍ମନ୍ତ”

Gade chapit la Kopi

ଓଡିଆ ବାଇବେଲ

10 ଆହୁରି, "ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ''

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେ ଆହୁରି ମଧ୍ୟ କହିଛନ୍ତି, “ହେ ପ୍ରଭୁ, ତୁମେ ଆଦ୍ୟରେ ପୃଥିବୀ ସୃଷ୍ଟି କଲ ଏବଂ ଆପଣା ହସ୍ତ ଦ୍ୱାରା ଆକାଶମଣ୍ଡଳ ସୃଷ୍ଟି କଲେ।

Gade chapit la Kopi

ପବିତ୍ର ବାଇବଲ

10 ପରମେଶ୍ୱର ଏହା ମଧ୍ୟ କହନ୍ତି: “ହେ ପ୍ରଭୁ! ତୁମ୍ଭେ ଆରମ୍ଭରେ ପୃଥିବୀ ନିର୍ମାଣ କଲ, ଓ ତୁମ୍ଭର ହାତ ଆକାଶ ନିର୍ମାଣ କଲା।

Gade chapit la Kopi




ଏବ୍ରୀ 1:10
17 Referans Kwoze  

ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।


ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;


ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।”


ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;


ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।


ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।


ପୁଣି ଆକାଶମଣ୍ଡଳ ବିସ୍ତାରକାରୀ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନକାରୀ ତୁମ୍ଭ ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କୁ ଭୁଲିଅଛ ଓ ଉପଦ୍ରବୀ ବିନାଶ କରିବାକୁ ଉଦ୍ୟତ ହେବା ବେଳେ ତାହାର କୋପ ସକାଶୁ ସାରାଦିନ ନିରନ୍ତର ଭୟ କରୁଅଛ ଯେ ତୁମ୍ଭେ, ତୁମ୍ଭେ ତ କିଏ? ଆଉ, ସେ ଉପଦ୍ରବୀର କୋପ କାହିଁ?


ଜଳସମୂହ ଯେପରି ତାହାଙ୍କ ଆଜ୍ଞାଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;


“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,


ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି?


ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର; କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହିରୂପେ ମରିଯିବେ; ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।


ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ।


Swiv nou:

Piblisite


Piblisite