Biblia Todo Logo
Bib sou entènèt

- Piblisite -




ଏବ୍ରୀ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, ଈଶ୍ଵରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, ଈଶ୍ୱରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ଈଶ୍ୱର ତାଙ୍କ ପ୍ରଥମଜାତ ପୁତ୍ରଙ୍କୁ ଏହି ଜଗତକୁ ପଠାଇଲା ବେଳେ ଏହା କହିଥିଲେ, “ଈଶ୍ୱରଙ୍କ ଦୂତଗଣ ତାଙ୍କପର ପୂଜା କରିବେ।”

Gade chapit la Kopi

ପବିତ୍ର ବାଇବଲ

6 ଓ ଯେତେବେଳେ ପରମେଶ୍ୱର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ୟକୁ ଆଣିବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି: “ପରମେଶ୍ୱରଙ୍କର ସବୁ ସ୍ୱର୍ଗଦୂତ ପୁତ୍ରଙ୍କୁ ପ୍ରଣାମ କରନ୍ତୁ।”

Gade chapit la Kopi




ଏବ୍ରୀ 1:6
17 Referans Kwoze  

ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।


ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।


ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।


ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,


ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।


ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।


କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।


ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି, “ବଳିଦାନ ଓ ନୈବେଦ୍ୟ ନ ଲୋଡ଼ି ମୋʼ ନିମନ୍ତେ ଏକ ଶରୀର ପ୍ରସ୍ତୁତ କଲ;


କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।


କାରଣ ଈଶ୍ବର ଦୂତମାନଙ୍କ ମଧ୍ୟରୁ କାହାକୁ କେବେ ଏହା କହିଅଛନ୍ତି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ?” ପୁନଶ୍ଚ, “ଆମ୍ଭେ ତାହାଙ୍କର ପିତା ହେବା, ଆଉ ସେ ଆମ୍ଭର ପୁତ୍ର ହେବେ?”


ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।


Swiv nou:

Piblisite


Piblisite