Biblia Todo Logo
Bib sou entènèt

- Piblisite -




ଏବ୍ରୀ 10:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ଵାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

14 କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯେଉଁମାନେ ପାପରୁ ପରିଷ୍କୃତ ହୋଇ ଶୁଚି ହୋଇଛନ୍ତି, ସେହି ଏକମାତ୍ର ବଳିଦାନ ଦ୍ୱାରା ସେମାନଙ୍କୁ ସେ ଚିରକାଳ ପାଇଁ ସିଦ୍ଧ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ମାତ୍ର ଗୋଟିଏ ବଳିଦାନ ଦ୍ୱାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରିଦେଲେ। ସେହି ଲୋକମାନଙ୍କୁ ପବିତ୍ର କରାଯାଇଛି।

Gade chapit la Kopi




ଏବ୍ରୀ 10:14
16 Referans Kwoze  

ଅତଏବ, ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରିପାରେ ନାହିଁ।


ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!


ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,


କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।


ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।


(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ।


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,


ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।


ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ ନିକଟକୁ ପତ୍ର; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।


ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁଃଦିଗରେ ପ୍ରକାଶମାନ ହେବାର ଦେଖିଲି।


ଦ୍ବିତୀୟ ନିୟମରେ ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।


ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ;


Swiv nou:

Piblisite


Piblisite