Biblia Todo Logo
Bib sou entènèt

- Piblisite -




ଏବ୍ରୀ 10:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ବରଂ ବିଚାରର ଏକ-ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ତତା ଅବଶିଷ୍ଟ ଥାଏ।

Gade chapit la Kopi

ଓଡିଆ ବାଇବେଲ

27 ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ତାହାହେଲେ, ଆମେ ଆଗାମୀ ମହାବିଚାରର ସମ୍ମୁଖୀନ ହୋଇ ଈଶ୍ୱର-ଦ୍ରୋହୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ପ୍ରଚଣ୍ଡ ଅଗ୍ନିରେ ଧ୍ୱଂସ ପାଇଯିବା ପରିଣାମକୁ ଭୟଭୀତ ହୋଇ ପ୍ରତିକ୍ଷା କରିବା ଛଡ଼ା ଆମ୍ଭମାନଙ୍କର ଅନ୍ୟ ଦଶା ନାହିଁ।

Gade chapit la Kopi

ପବିତ୍ର ବାଇବଲ

27 ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା'ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି।

Gade chapit la Kopi




ଏବ୍ରୀ 10:27
41 Referans Kwoze  

ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।


ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;


ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।


ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!


ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ,


ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।”


ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?


ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।


ପୁଣି, ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ। ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ!


କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,


ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।


ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ପରିଷ୍କାର କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”


ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।


କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।


ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।


ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।


ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍‍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।


କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେହି ଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;


ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?


ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟି ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।


ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।


ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।


ସେତେବେଳେ ‘ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼,’ ‘ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।’


ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ।


କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”


ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’


ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ?” ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।


ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‌ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।”


Swiv nou:

Piblisite


Piblisite