Biblia Todo Logo
Bib sou entènèt

- Piblisite -




ଏବ୍ରୀ 10:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।

Gade chapit la Kopi

ଓଡିଆ ବାଇବେଲ

34 କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ ।

Gade chapit la Kopi

ପବିତ୍ର ବାଇବଲ

34 ଯେଉଁମାନେ ବନ୍ଦୀଘରେ ରଖା ଯାଇଥିଲେ, ସେମାନଙ୍କର ଅସୁବିଧାଗୁଡ଼ିକରେ ତୁମ୍ଭେମାନେ ଭାଗନେଲ, ଓ ସେମାନଙ୍କୁ ସାହାଯ୍ୟ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନେଇ ଯିବା ପରେ ମଧ୍ୟ ତୁମ୍ଭେମାନେ ଆନନ୍ଦରେ ଥିଲ। ତୁମ୍ଭେମାନେ ଆନନ୍ଦରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖରେ ଯାହାକିଛି ଅଛି ତାହା ଅତ୍ୟଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।

Gade chapit la Kopi




ଏବ୍ରୀ 10:34
28 Referans Kwoze  

ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।


ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,


ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,


ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।


ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।


ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।


ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।


ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।


ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,


ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ


ସେତେବେଳେ ସହସ୍ର-ସେନାପତି ପାଖକୁ ଆସି ତାହାଙ୍କୁ ଧରି ଦୁଇଟା ଜଞ୍ଜିରରେ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି, ସେ କିଏ ଓ କଅଣ କରିଅଛି ବୋଲି ପଚାରିଲେ।


ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;


କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”


ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।


କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ବରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ।


ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।


ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?


ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।


କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।


ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;


Swiv nou:

Piblisite


Piblisite