Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏସମସ୍ତେ ବିଶ୍ଵାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳ ପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ଵୀକାର କଲେ।

Gade chapit la Kopi

ଓଡିଆ ବାଇବେଲ

13 ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଉପରୋକ୍ତ ବ୍ୟକ୍ତିମାନେ ନିଜ ବିଶ୍ୱାସରେ ଅଟଳ ରହି ପ୍ରାଣ ତୃାଗ କଲେ। ଈଶ୍ୱର ପ୍ରତିଜ୍ଞା କରିଥିବା ବିଷୟସବୁ ସେମାନେ ପାଇ ନ ପାରିଲେ ସୁଦ୍ଧା ସ୍ମଦୂରରେ ତାହା ଦେଖି ସ୍ୱାଗତ କରିଥିଲେ ଏବଂ ଏହି ଜଗତରେ ସେମାନେ କେବଳ ବିଦେଶୀ ଓ ଶରଣାର୍ଥୀ ବୋଲି ସ୍ୱୀକାର କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

13 ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି।

Gade chapit la Kopi




ଏବ୍ରୀ 11:13
36 Referans Kwoze  

ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।


ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।


“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।”


ତୁମ୍ଭମାନଙ୍କର ପିତା ଅବ୍ରହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ।”


ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ,


ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ;


କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ?


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;


କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।


ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;


ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।


ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”


ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।


ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,


କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”


ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।


ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋʼ ଠାରୁ ଲୁଚାଅ ନାହିଁ।


ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ଯିଶାଇୟ ଏହିସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ।


ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇଯିବେ।”


ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ।


ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।


ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”


ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।


ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।


ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ଯ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ।


କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି।


ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍‌ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,


ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତୀୟ, କାପ୍ପାଦକିଆ, ଏସିଆ ଓ ବୀଥୂନିଆ ଅଞ୍ଚଳଗୁଡ଼ିକରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,


ପୁଣି, ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ପ୍ରବାସ କଲେ।


ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”


Swiv nou:

Piblisite


Piblisite