Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍‌ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ବିଶ୍ଵାସ ଦ୍ଵାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍‍ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞା-ସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,

Gade chapit la Kopi

ଓଡିଆ ବାଇବେଲ

17 ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍‍ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଈଶ୍ୱର ଅବ୍ରାହାମଙ୍କର ବିଶ୍ୱାସ ପରୀକ୍ଷା କଲାବେଳେ ଅବ୍ରାହାମ ନିଜ ପୁତ୍ର ଇସାହାକଙ୍କୁ ବଳିରୂପ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ହେଲେ। ଈଶ୍ୱର ଅବ୍ରାହାମଙ୍କୁ ହିଁ ତାଙ୍କର ପ୍ରତିଜ୍ଞା ବଚନ ଦେଇଥିଲେ, ଅଥଚ ଅବ୍ରାହାମ ନିଜର ଏକମାତ୍ର ପୁତ୍ରକୁ ବଳିରୂପେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଥିଲେ।

Gade chapit la Kopi

ପବିତ୍ର ବାଇବଲ

17-18 ପରମେଶ୍ୱର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ୱର କହିଥିଲେ ଯେ, ଇସ୍‌ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ୱାସ ଥିବାରୁ ସେ ତାହା ମାନିଲେ। ପରମେଶ୍ୱରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ। ପରମେଶ୍ୱର ଅବ୍ରହାମଙ୍କୁ କହି ସାରିଥିଲେ ଯେ, “ଇସ୍‌ହାକଙ୍କ ଦ୍ୱାରା ତୁମ୍ଭର ବଂଶଧରମାନେ ଆସିବେ।” କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍‌ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ୱାସ ଥିବାରୁ ଅବ୍ରହାମ ଏପରି କଲେ।

Gade chapit la Kopi




ଏବ୍ରୀ 11:17
20 Referans Kwoze  

“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;


ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।


ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।


ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;


କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।


କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ।


ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ିଦେଲେ।


କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।


ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।


କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।


ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।


Swiv nou:

Piblisite


Piblisite