Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ବିଶ୍ୱାସ ଦ୍ୱାରା ମୋଶାଙ୍କ ପିତାମାତା ତାହାଙ୍କ ଜନ୍ମ ହେବା ସମୟରେ ତାହାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାହାଙ୍କୁ ଗୋପନରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ବିଶ୍ଵାସ ଦ୍ଵାରା ମୋଶାଙ୍କ ପିତାମାତା ତାଙ୍କ ଜନ୍ମ ହେବା ସମୟରେ ତାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାଙ୍କୁ ଗୋପନରେ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

23 ବିଶ୍ୱାସ ଦ୍ୱାରା ମୋଶାଙ୍କ ପିତାମାତା ତାଙ୍କ ଜନ୍ମ ହେବା ସମୟରେ ତାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାଙ୍କୁ ଗୋପନରେ ରଖିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ବିଶ୍ୱାସ ଦ୍ୱାରା ମୋଶାଙ୍କର ପିତାମାତା ତାଙ୍କୁ ଜନ୍ମ ସମୟରୁ ତିନି ମାସ ପର୍ଯ୍ୟନ୍ତି ଲୁଚାଇ ରଖିଥିଲେ। ଶିଶୁଟିକୁ କରିବାକୁ ଭୟ କରି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

23 ବିଶ୍ୱାସ ଦ୍ୱାରା ମୁଁ, ମୋଶାଙ୍କର ମା ଓ ବାପା ମୋଶାଙ୍କୁ ଜନ୍ମ ଦେଲା ପରେ ତିନି ମାସ ଧରି ଲୁଗ୍ଭଇ ରଖିଲେ। କାରଣ ସେମାନେ ଦେଖିଲେ ଯେ ମୋଶା ସୁନ୍ଦର ଶିଶୁଟିଏ। ସେମାନେ ରାଜାଜ୍ଞାକୁ ଅବଜ୍ଞା କରିବାକୁ ଭୟ କରି ନ ଥିଲେ।

Gade chapit la Kopi




ଏବ୍ରୀ 11:23
16 Referans Kwoze  

ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”


“ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”


ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।


ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ବରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ।


ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିପାରେ?


ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାʼନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।


“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?


Swiv nou:

Piblisite


Piblisite