Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ବରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ଵରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ,

Gade chapit la Kopi

ଓଡିଆ ବାଇବେଲ

25 ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ୱରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ପାପରେ ଲିପ୍ତ ରହି କିଛି କାଳ ଜୀବନ ଉପଭୋଗ କରିବା ଅପେକ୍ଷା ଈଶ୍ୱରଙ୍କ ଲୋକମାନଙ୍କ ସହିତ ଦୁଃଖ ଭୋଗ କରିବାକୁ ସେ ପସନ୍ଦ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

25 ସେ ପାପର କ୍ଷଣିକ ସୁଖଭୋଗ କରିବା ପାଇଁ ଗ୍ଭହିଁଲେ ନାହିଁ। ତା’ ପରିବର୍ତ୍ତେ ସେ ଈଶ୍ୱରଙ୍କ ଲୋକମାନଙ୍କ ଅସହ୍ୟ ହେଉଥିବା ଦୁର୍ବ୍ୟବହାର ସହିବା ପସନ୍ଦ କଲେ। ନିଜର ବିଶ୍ୱାସ ହେତୁ ସେ ଏପରି କଲେ।

Gade chapit la Kopi




ଏବ୍ରୀ 11:25
34 Referans Kwoze  

କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।


ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।


ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହା ହିଁ ମନୋନୀତ କରିଅଛ।


ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।


ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ?


ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।


ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ହୃଦୟକୁ ତୃପ୍ତ କରିଅଛ।


କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ।


କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ


କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;


ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।


ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;


ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;


କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,


କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।


ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।


ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।


ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।


ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।”


ମିସରରେ ମୋହର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଅଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି।


Swiv nou:

Piblisite


Piblisite