Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ବିଶ୍ଵାସ ଦ୍ଵାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ସେହିପ୍ରକାର ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ।

Gade chapit la Kopi

ଓଡିଆ ବାଇବେଲ

29 ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ବିଶ୍ୱାସ ବଳରେ ଇଶ୍ରାଏଲୀୟ ଲୋକମାନେ ଶୁଷ୍କ ଭୁମି ଉପରେ ଚାଲିଲା ପରି ଲୋହିତ ସାଗର ଅତିକ୍ରମ କରିଥିଳେ; ଅଥଚ ମିସରୀୟମାନେ ତାହା କରିବାକୁ ଚେଷ୍ଟା କରି ବୁଡ଼ି ମଲେ।

Gade chapit la Kopi

ପବିତ୍ର ବାଇବଲ

29 ବିଶ୍ୱାସଥିବା ହେତୁ ହିଁ ମୋଶାଙ୍କ ନେତୃତ୍ୱରେ ସମସ୍ତେ ସୁଫସାଗର ମଧ୍ୟଦେଇ ଶୁଖିଲା ଭୂଇଁ ଥିଲା ଭଳି ଗ୍ଭଲିଗ୍ଭଲି ପାର ହୋଇଗଲେ। ଯେତେବେଳେ ମିଶରଦେଶର ଲୋକେ ସୁଫସାଗର ଦେଇ ଯିବା ପାଇଁ ଚେଷ୍ଟା କଲେ ସେମାନେ ବୁଡ଼ି ଗଲେ।

Gade chapit la Kopi




ଏବ୍ରୀ 11:29
14 Referans Kwoze  

ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।


ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।


କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କି ପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;


ସେ ସମୁଦ୍ରକୁ ଶୁଷ୍କ ଭୂମି କଲେ; ଲୋକମାନେ ନଦୀ ମଧ୍ୟଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।


ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।


ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।


ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।


Swiv nou:

Piblisite


Piblisite