Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ବିଶ୍ଵାସ ଦ୍ଵାରା ଅବ୍ରହାମ ଆହ୍ଵାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାର ସ୍ଵରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରି-ଗଲେ।

Gade chapit la Kopi

ଓଡିଆ ବାଇବେଲ

8 ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଈଶ୍ୱର ଅବ୍ରାହାମଙ୍କୁ ଯେଉଁ ଦେଶ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ, ସେହି ଦେଶକୁ ଯିବା ପାଇଁ ସେ ଯେତେବେଳେ ତାଙ୍କୁ ଆହ୍ୱାନ କଲେ, ସେତେବେଳେ ଅବ୍ରାହାମ ବିଶ୍ୱାସରେ ଈଶ୍ୱରଙ୍କ ଆଜ୍ଞା ପାଳନ କରିଥିଲେ। ସେ କେଉଁଠାକୁ ଯାତ୍ରା କରୁଛନ୍ତି, ତାହା ନ ଜାଣି ସୁଦ୍ଧା ସ୍ୱଦେଶ ପରିତ୍ୟାଗ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ପରମେଶ୍ୱର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ଯିବା ପାଇଁ ଡାକିଲେ। ପରମେଶ୍ୱର ତାହାଙ୍କୁ ସେହି ଦେଶ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ୱାସ ଦ୍ୱାରା ମାନିଲେ, ଓ ସେହି ସ୍ଥାନ ପାଇଁ ପ୍ରସ୍ଥାନ କଲେ।

Gade chapit la Kopi




ଏବ୍ରୀ 11:8
32 Referans Kwoze  

ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”


ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।


କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?”


ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।


କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!


ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ,


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।


ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।


ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‌ହାକ ଦେଲୁ।


ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।


ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।


ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”


ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”


ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,


ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;


ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ବରଙ୍କ ଜ୍ଞାନ ବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,


ଆଉ, ଯେଉଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,


ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।


ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।


ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ‘ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।’”


ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”


ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ।


Swiv nou:

Piblisite


Piblisite