Biblia Todo Logo
Bib sou entènèt

- Piblisite -




ଏବ୍ରୀ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାଳେ କେହି ଈଶ୍ଵରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ଦ୍ଵାରା ଅନେକେ କଳୁଷିତ ହୁଅନ୍ତି;

Gade chapit la Kopi

ଓଡିଆ ବାଇବେଲ

15 କାଳେ କେହି ଈଶ୍ୱରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସାବଧାନ, ଯେପରି ଈା୍ବରଙ୍କ ଅନୁଗ୍ରହରୁ ବଞ୍ଚିତ ନ ହୁଅ। ତିକ୍ତ ବୃକ୍ଷ ପରି ହୁଅ ନାହିଁ। ତିକ୍ତ ବୃକ୍ଷ ବଢ଼ିଗଲେ, ତା’ର ବିଷ ଦ୍ୱାରା ବହୁ ଅନିଷ୍ଠ ସାଧିତ ହୁଏ।

Gade chapit la Kopi

ପବିତ୍ର ବାଇବଲ

15 ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ପରମେଶ୍ୱରଙ୍କ ଅନୁଗ୍ରହ ପାଇବାରେ ବଞ୍ଚିତ ହେବ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସେଭଳି ଲୋକ ସମୁଦାୟ ଦଳକୁ ନଷ୍ଟ କରିଦେବେ।

Gade chapit la Kopi




ଏବ୍ରୀ 12:15
41 Referans Kwoze  

ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ବରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।


ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;


ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ।


ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।


ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;


ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ।


ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ?


ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?


ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।


ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।


ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।


ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ।


ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହି ସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।”


ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,


କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;


କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।


କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;


କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;


ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ୱାସୀମାନେ ମଧ୍ୟ ତାହାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ।


ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”


ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,


ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।


ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।


ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?


ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।


କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”


ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।


Swiv nou:

Piblisite


Piblisite