Biblia Todo Logo
Bib sou entènèt

- Piblisite -




ଏବ୍ରୀ 12:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ଜଳିତ ଅଗ୍ନି ନିକଟକୁ ପୁଣି ନିବିଡ଼ ମେଘ, ଅନ୍ଧକାର, ଝଡ଼,

Gade chapit la Kopi

ଓଡିଆ ବାଇବେଲ

18 କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18-19 ଈଶ୍ରାଏଲୀୟମାନଙ୍କ ପରି ତୁମ୍ଭେମାନେ ସିନାଇ ପର୍ବତରେ ପ୍ରଜ୍ୱଳିତ ଅଗ୍ନି, ଘନ ଅନ୍ଧକାର, ଘୃର୍ଣ୍ଣିବାତ୍ୟା, ତୂରୀନାଦ ଏବଂ କଣ୍ଠ ସ୍ୱରର ରଅନୁଭୂତି ପାଇ ନାହିଁ। ଇଶ୍ରାଏଲୀୟମାନେ ସେହି ସ୍ୱର ଶୁଣି ଅନୁନୟ କରିଥିଲେ, ଯେପରି ସେମାନେ ସେଥିରୁ ଆଉ ପଦେ ହେଲେ ନ ଶୁଣିନ୍ତି,

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭେମାନେ ଗୋଟିଏ ନୂଆ ଜାଗାକୁ ଆସିଛ। ଏହି ସ୍ଥାନଟି ଇସ୍ରାଏଲୀୟମାନେ ଆସିଥିବା ପର୍ବତ ଭଳି ଜାଗା ନୁହେଁ। ତୁମ୍ଭେମାନେ ଗୋଟିଏ ଛୁଇଁ ପାରୁଥିବା ଓ ନିଆଁରେ ଜଳୁଥିବା ପର୍ବତ ପାଖକୁ ଆସି ନାହଁ। ତୁମ୍ଭେମାନେ ଅନ୍ଧାରୁଆ, ଝା‌ପ୍‌ସା ଓ ଝଡ଼ ହେଉଥିବା ସ୍ଥାନକୁ ଆସି ନାହଁ।

Gade chapit la Kopi




ଏବ୍ରୀ 12:18
11 Referans Kwoze  

ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।


ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।


କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ।


କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।


କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।


ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,


ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ଲୋକମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,


Swiv nou:

Piblisite


Piblisite