Biblia Todo Logo
Bib sou entènèt

- Piblisite -




ଏବ୍ରୀ 12:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, “ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, ମୁଁ ଅତ୍ୟ; ଭୀତ ଓ କମ୍ପିତ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

21 ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସେହି ଦୃଶ୍ୟ ଏତେ ଭୟାନକ ଥିଲା ଯେ, ମୋଶା କହିଥିଲେ, “ମୁଁ ଭୟରେ ଥରହର ହୋଉଛି।”

Gade chapit la Kopi

ପବିତ୍ର ବାଇବଲ

21 ସେହି ଲୋକମାନେ ଯାହା ଦେଖିଲେ, ସେଗୁଡ଼ିକ ଏତେ ଭୟଙ୍କର ଥିଲା ଯେ, ମୋଶା କହିଥିଲେ: “ମୁଁ ଭୟରେ ଥରୁଛି।”

Gade chapit la Kopi




ଏବ୍ରୀ 12:21
9 Referans Kwoze  

ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।


ପୁଣି, ତୂରୀ ଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍‍।


କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିପାରେ? ସେହିକ୍ଷଣେ ମୋʼ ଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ୱାସ ରହିଲା ନାହିଁ।”


ତହିଁରେ ମୁଁ ଏକାକୀ ରହି ଏହି ମହା ଦର୍ଶନ ଦେଖିଲି ଓ ମୋʼ ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।


ବରଂ ବିଚାରର ଏକ-ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ।


Swiv nou:

Piblisite


Piblisite