Biblia Todo Logo
Bib sou entènèt

- Piblisite -




ଏବ୍ରୀ 12:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।

Gade chapit la Kopi

ଓଡିଆ ବାଇବେଲ

24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ପୁଣି, ନୂତନ ଚୁକ୍ତିର ସ୍ଥାପୟିତା ଯୀଶୁଙ୍କ ନିକଟକୁ ଓ ଯାହାଙ୍କର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ମହତ୍ତର ବିଷୟମାନ ପ୍ରଦାନ କରିବ ବୋଲି ଆଶା ସଞ୍ଚାର କରୁଛ, ସେହି ରକ୍ତ ନିକଟକୁ ଆସିଛ।

Gade chapit la Kopi

ପବିତ୍ର ବାଇବଲ

24 ତୁମ୍ଭେମାନେ, ପରମେଶ୍ୱରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭେମାନେ ହେବଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ୟ କହି ପାରୁଥିବା ରକ୍ତ ସେଚନ ନିକଟକୁ ଆସିଛ।

Gade chapit la Kopi




ଏବ୍ରୀ 12:24
24 Referans Kwoze  

ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।


ବିଶ୍ୱାସ ଦ୍ୱାରା ସେ ନିସ୍ତାର ପର୍ବ ଓ ରକ୍ତ ସେଚନ ବିଧି ପାଳନ କଲେ, ଯେପରି ପ୍ରଥମଜାତମାନଙ୍କର ସଂହାରକ ସେମାନଙ୍କୁ ସ୍ପର୍ଶ ନ କରନ୍ତି।


ବିଶ୍ୱାସ ଦ୍ୱାରା ହେବଲ ଈଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ବର ନିଜେ ତାହାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।


କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।


ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।


କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;


“ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।


ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।


ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, “ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ।


ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।


ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;


ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ।


ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;


ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।


ସେସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ।


ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।


କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


ଯେଣୁ ଈଶ୍ବର ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, “ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା;


ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।


ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ବର ଏକ।


ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।


କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,


Swiv nou:

Piblisite


Piblisite