Biblia Todo Logo
Bib sou entènèt

- Piblisite -




ଏବ୍ରୀ 12:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେତେବେଳେ ଈଶ୍ବରଙ୍କ ସ୍ୱର ପୃଥିବୀକୁ ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, “ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ମଧ୍ୟ କମ୍ପାଇବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ସେତେବେଳେ ତାହାଙ୍କ ସ୍ଵର ପୃଥିବୀକି ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ସୁଦ୍ଧା କମ୍ପାଇବା।

Gade chapit la Kopi

ଓଡିଆ ବାଇବେଲ

26 ସେତେବେଳେ ତାହାଙ୍କ ସ୍ୱର ପୃଥିବୀକି ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ସୁଦ୍ଧା କମ୍ପାଇବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସେତେବେଳେ ତାଙ୍କର ସ୍ୱର ପୃଥିବୀକୁ ଆଲୋଡ଼ିତ କରିଥିଲା। ବର୍ତ୍ତମାନ ସେ ପ୍ରତିଜ୍ଞା କରିଛନ୍ତି, “ମୁଁ ପୁନର୍ବାର ନୁହେଁ, ଆକାଶମଣ୍ଡଳକୁ ମଧ୍ୟ ଅ;ଲାଡ଼ିନ କରିବି।”

Gade chapit la Kopi

ପବିତ୍ର ବାଇବଲ

26 ଆଗରୁ ଯେତେବେଳେ ସେ କହିଲେ, ତାହା ପୃଥିବୀକୁ କମ୍ପାଇ ଥିଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରିଛନ୍ତି, “ଆଉ ଥରେ ମୁଁ କମ୍ପାଇବି କେବଳ ପୃଥିବୀକୁ ନୁହେଁ ବରଂ ମୁଁ ସ୍ୱର୍ଗକୁ ମଧ୍ୟ କମ୍ପାଇବି।”

Gade chapit la Kopi




ଏବ୍ରୀ 12:26
12 Referans Kwoze  

ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ।


ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।


ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।


ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।


ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ।


ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।


ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।


ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।


କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି।


“ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;


Swiv nou:

Piblisite


Piblisite