Biblia Todo Logo
Bib sou entènèt

- Piblisite -




ଏବ୍ରୀ 13:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।

Gade chapit la Kopi

ଓଡିଆ ବାଇବେଲ

21 ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍‍ ।

Gade chapit la Kopi




ଏବ୍ରୀ 13:21
53 Referans Kwoze  

କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।


ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।


ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,


ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।


ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।


ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।


ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍‍।


ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।


ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।


ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍।


ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍‍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।


ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।


ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।


ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।


କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।


ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି, “ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ, ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।”


ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ।


ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍‍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,


ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।


ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।


ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ। ଆମେନ୍‍।


“ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।”


ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ବରଙ୍କ ଗୌରବ ହେଉ। ଆମେନ୍‍।


ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।


କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ବରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।


ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।


ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।


କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ।”


ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।


ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।


ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।


Swiv nou:

Piblisite


Piblisite