Biblia Todo Logo
Bib sou entènèt

- Piblisite -




ଏବ୍ରୀ 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ଵର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।

Gade chapit la Kopi

ଓଡିଆ ବାଇବେଲ

4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ବିବାହ ସମସ୍ତଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ହେଉ, ସ୍ୱାମୀ ଓ ସ୍ତ୍ରୀ ପରସ୍ପର ପ୍ରତି ବିଶ୍ୱସ୍ତ ରହନ୍ତୁ। ଈଶ୍ୱର କାମକୁ ଓ ପାରଦାରିକମାନଙ୍କର ବିଚାର କରିବେ।

Gade chapit la Kopi

ପବିତ୍ର ବାଇବଲ

4 ବିବାହକୁ ସବୁଲୋକଙ୍କ ଦ୍ୱାରା ସମ୍ମାନ ମିଳିବା ଆବଶ୍ୟକ। ପ୍ରତ୍ୟେକ ବିବାହକୁ କେବଳ ଦୁଇ ଜଣଙ୍କ ଭିତରେ ନିର୍ଦ୍ଦିଷ୍ଟ ରଖିବା ଉଚିତ୍। ଯେଉଁମାନେ ଯୌନଗତ ପାପ ଓ ବ୍ୟଭିଗ୍ଭର କରୁଛନ୍ତି ପରମେଶ୍ୱର ସେମାନଙ୍କୁ ଦୋଷୀ ବୋଲି ବିଗ୍ଭର କରିବେ।

Gade chapit la Kopi




ଏବ୍ରୀ 13:4
33 Referans Kwoze  

ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।


ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା


ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।


ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ବର କରିବେ। ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ।


କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ।


ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ।


ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ।


ଏଣୁ ଯେ ଆପଣା କୁମାରୀ କନ୍ୟାକୁ ବିବାହ ଦିଏ, ସେ ଭଲ କରେ, ପୁଣି, ଯେ ବିବାହ ନ ଦିଏ, ସେ ଆହୁରି ଭଲ କରେ।


ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର।


ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;


ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ବର ଏସବୁ ତ ସୃଷ୍ଟି କରିଅଛନ୍ତି।


କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।


ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,


ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।


ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍‍ ଓ ଅକ୍‍‌‌ବୋର ଓ ଶାଫନ୍‍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍‍ବର ପୁତ୍ର ଶଲ୍ଲୁମ୍‍ର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।


କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏହି ବିଷୟରେ ସାବଧାନ ହୁଅ।


ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।


ଯଦି କୌଣସି ପୁରୁଷ ବିବାହିତା ସ୍ତ୍ରୀ ସହିତ ଶୟନ ସମୟରେ ଧରା ପଡ଼େ, ତେବେ ସେହି ସ୍ତ୍ରୀ ସହିତ ଶୟନକାରୀ ପୁରୁଷ ଓ ସେହି ସ୍ତ୍ରୀ, ଦୁହେଁ ହତ ହେବେ। ଏହିରୂପେ ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବ।


ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।


ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।


ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।


କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋʼ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା।


Swiv nou:

Piblisite


Piblisite