Biblia Todo Logo
Bib sou entènèt

- Piblisite -




ଏବ୍ରୀ 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିବ?

Gade chapit la Kopi

ଓଡିଆ ବାଇବେଲ

6 ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ ମନୁଷ୍ୟ ମୋହର କ'ଣ କରିବ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଏଣୁ ଆମ୍ଭେମାନେ ସାହସରେ କହି ପାରିବା, “ପ୍ରଭୁ ମୋର ସହିୟକ। ମୁଁ ଭୟ କରିବି ନାହ, କିଏ ମୋର ଅନିଷ୍ଟ କରିପାରେ?”

Gade chapit la Kopi

ପବିତ୍ର ବାଇବଲ

6 ଅତଏବ ଆମ୍ଭେ ନିସନ୍ଦେହ ଭାବରେ କହିପାରିବା: “ପ୍ରଭୁ ହେଉଛନ୍ତି ମୋର ସାହାଯ୍ୟକାରୀ, ମୁଁ ଭୟ କରିବି ନାହିଁ, ମନୁଷ୍ୟ ମୋର କିଛି କରି ପାରିବ ନାହିଁ।”

Gade chapit la Kopi




ଏବ୍ରୀ 13:6
29 Referans Kwoze  

ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?


ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।


ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।


ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।


ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି।


ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।


କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।


ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥାʼନ୍ତା।


ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ତଥାପି ପ୍ରଭୁ ମୋʼ ବିଷୟ ଚିନ୍ତା କରନ୍ତି; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।


ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”


ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ।


ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।


ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।


ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ।


ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।


ପୁଣି, ଅନ୍ୟର ନାମ ଇଲୀୟେଜର, କାରଣ ସେ କହିଥିଲେ, “ମୋʼ ପିତାଙ୍କ ପରମେଶ୍ୱର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ୍ଗରୁ ମୋତେ ଉଦ୍ଧାର କଲେ।”


ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍‍, ଆପଣା ରକ୍ତ ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,


ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।”


ଏଥିଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


Swiv nou:

Piblisite


Piblisite