Biblia Todo Logo
Bib sou entènèt

- Piblisite -




ଏବ୍ରୀ 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ଵାସର ଅନୁକାରୀ ହୁଅ।

Gade chapit la Kopi

ଓଡିଆ ବାଇବେଲ

7 ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯେଉଁ ନେତାମାନେ ପୂର୍ବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ବାର୍ତ୍ତା ଶୁଣାଇ ଥିଲେ, ସେମାନଙ୍କୁ ସ୍ମରଣ କର। ସେମାନଙ୍କର ଜୀବନ ତଥା ମୃତ୍ୟୁ କି ପ୍ରକାର ଥିଲା, ତାହା ସ୍ମରଣ କରି ସେମାନଙ୍କର ବିଶ୍ୱାସକୁ ନିଜ ଜୀବନରେ ରୂପାୟିତ କର।

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭେମାନେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସେମାନେ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସେମାନେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ୟୁ ଭୋଗ କଲେ ତାହା ମନେ ପକାଅ, ଏବଂ ସେମାନଙ୍କର ବିଶ୍ୱାସର ଉଦାହରଣକୁ ଅନୁସରଣ କର।

Gade chapit la Kopi




ଏବ୍ରୀ 13:7
27 Referans Kwoze  

ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।


ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର।


ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।


ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,


ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।


“ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ?


କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ବରଙ୍କ ମଣ୍ଡଳୀର ଦାୟିତ୍ୱ ନେବ?


ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ।


ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।


ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।


ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।


ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।


ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।


ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁସରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖାଇବା ପାଇଁ ସେପରି କଲୁ।


ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।


ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?


“ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,


କାରଣ କିପରି ଆମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ,


ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ,


ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।


Swiv nou:

Piblisite


Piblisite