Biblia Todo Logo
Bib sou entènèt

- Piblisite -




ଏବ୍ରୀ 13:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ଵାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ଵାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହୋଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ନାନାଦି ଭ୍ରାନ୍ତିମୂଳକ ଧର୍ମଶିକ୍ଷା ତୁମ୍ଭମାନଙ୍କୁ ସତ୍ପଥରୁ ବିଚ୍ୟୁତ ନ କରୁ। ଈଶ୍ୱରଙ୍କ ଅନୁଗ୍ରହରୁ ଅନ୍ତରାତ୍ମା ପାଇଁ ଶକ୍ତି ସଂଗ୍ରହ କରିବା ମଙ୍ଗଳ, ଖାଦ୍ୟପେୟ ସମ୍ବନ୍ଧୀୟ ନିୟମ ପାଳନ ଦ୍ୱାରା ଏହା ହୋଇପାରେ ନାହିଁ।ଉକ୍ତ ବାହ୍ୟିକ ବିଧିସବୁ ପାଳନ କରୁଥିବା ଲୋକମାନେ ସେଥିରୁ କୌଣସି ଉପକାର ପାଇ ନାହିଁନ୍ନତି।

Gade chapit la Kopi

ପବିତ୍ର ବାଇବଲ

9 ନାନା ପ୍ରକାରର ଅଜଣା ଶିକ୍ଷା ଦ୍ୱାରା ଭୁଲ୍ ବାଟରେ ପରିଗ୍ଭଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ୱାରା ନୁହେଁ, ବରଂ ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଶକ୍ତିଶାଳୀ ହେବା ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ୱାରା କିଛି ସାହାଯ୍ୟ ମିଳେ ନାହିଁ।

Gade chapit la Kopi




ଏବ୍ରୀ 13:9
35 Referans Kwoze  

ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।


ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।


ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।


ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;


ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;


ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।


ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ।


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।


କେହି ଯେପରି ତୁମ୍ଭମାନଙ୍କୁ ବାକ୍‍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।


ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର;


କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ।


କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।


ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ।


ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।


ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍‍ବିଗ୍ନ ନ ହୁଅ;


ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ବର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;


ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।


ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।


କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।


Swiv nou:

Piblisite


Piblisite