Biblia Todo Logo
Bib sou entènèt

- Piblisite -




ଏବ୍ରୀ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହନ୍ତିଲ,

Gade chapit la Kopi

ଓଡିଆ ବାଇବେଲ

11 ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେ ମନୁଷ୍ୟମାନଙ୍କୁ ପାପରୁ ଶୁଚି କରନ୍ତି। ପୁଣି, ତାଙ୍କର ତଥା ତାଙ୍କ ଦ୍ୱାରା ପବିତ୍ରୀକୃତ ମନୁଷ୍ୟମାନଙକର ପିତା ଏକ। ସେଥିପାଇଁ ଯୀଶୁ ସେମାନଙ୍କୁ ଭ୍ରାତା ବୋଲି ସମ୍ବୋଧନ କରିବାକୁ ଲଜ୍ଜିତ ନୁହଁନ୍ତି।

Gade chapit la Kopi

ପବିତ୍ର ବାଇବଲ

11 ତେଣୁ ଯିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସେମାନଙ୍କୁ ନିଜ ଭାଇ ଓ ଭଉଣୀ ଡାକିବାରେ ଲଜ୍ଜା ବୋଧ କରନ୍ତି ନାହିଁ।

Gade chapit la Kopi




ଏବ୍ରୀ 2:11
19 Referans Kwoze  

କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି।


ଦ୍ବିତୀୟ ନିୟମରେ ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।


ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’”


ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।


କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”


ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।


ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।


ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରିପାରନ୍ତି;


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ,


ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,


କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।


ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।”


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।”


କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”


ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ।


ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ।


ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;


Swiv nou:

Piblisite


Piblisite