Biblia Todo Logo
Bib sou entènèt

- Piblisite -




ଏବ୍ରୀ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ମୃତ୍ୟୁର ଭୟରେ ଯେଉଁମାନେ ଯାବଜ୍ଜୀବନ ଦାସତ୍ଵର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଏହାଦ୍ୱାରା ଅଜୀବନ ମୃତ୍ୟୁ ଭୟରୂପ ଦାସତ୍ୱ ବନ୍ଧନରେ ଥିବା ମନୁଷ୍ୟମାନଙ୍କୁ ସେ ମୁକ୍ତି ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ମୃତ୍ୟୁ ଭୟରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ୟୁ ବରଣ କଲେ।

Gade chapit la Kopi




ଏବ୍ରୀ 2:15
17 Referans Kwoze  

କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।


କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।


ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;


ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ।


ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟନ୍ତ ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି।


ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?


କାରଣ ତୁମ୍ଭେ ମୃତ୍ୟୁୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିବ ନାହିଁ?


ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।


କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଚ୍ଛାୟା ପରି ଅଟେ; ସେମାନେ ମୃତ୍ୟୁୁଚ୍ଛାୟାର ଭୟାନକତା ଜାଣନ୍ତି।”


ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।


ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?


ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।


ସେ ଆପଣା ବିଶ୍ୱାସ-ସ୍ଥଳରୂପ ତମ୍ବୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ।


କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି।


Swiv nou:

Piblisite


Piblisite