Biblia Todo Logo
Bib sou entènèt

- Piblisite -




ଏବ୍ରୀ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

18 କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସେ ନିଜେ ପ୍ରଲୋଭନର ସମ୍ମୁଖୀନ ହୋଇ ଦୁଃଖଭୋଗ କରିଥିବାରୁ, ପ୍ରଲୋଭନର ପତିତ ମନୁଷ୍ୟମାନଙ୍କୁ ସାହାଯ୍ୟ କରିପାରନ୍ତି।

Gade chapit la Kopi

ପବିତ୍ର ବାଇବଲ

18 ଯୀଶୁ ପରୀକ୍ଷିତ ହୋଇ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ସକ୍ଷମ ଅଟନ୍ତି।

Gade chapit la Kopi




ଏବ୍ରୀ 2:18
16 Referans Kwoze  

ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।


ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;


ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।


ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।


ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।


ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରିପାରେ ନାହିଁ।


ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।”


ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।


ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋʼ ସହିତ ରହି ଆସିଅଛ;


Swiv nou:

Piblisite


Piblisite