Biblia Todo Logo
Bib sou entènèt

- Piblisite -




ଏବ୍ରୀ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଈଶ୍ଵରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟ-ସାଧକ, ପୁଣି ଦ୍ଵିଧାର ଖଡ଼୍‍ଗଠାରୁ ତୀକ୍ଷ୍ମତର , ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।

Gade chapit la Kopi

ଓଡିଆ ବାଇବେଲ

12 କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଈଶ୍ୱରଙ୍କ ବାଣୀ ଜୀବନ୍ତ ସକ୍ରିୟ। ତାହା ଦୁଇ ଧାରଯୁକ୍ତ ଖଣ୍ଡ ଅପେକ୍ଷା ଅଧିକ ଶାଣିତ; ଆତ୍ମା ଓ ପ୍ରାଣି ତଥା ଗୁଣ୍ଠି ଓ ମଜ୍ଜାର ପରିଭେଦକ, ପୁଣି ମନୁଷ୍ୟ ହୃଦୟର ଅଭିଳାଷ ଓ କଳ୍ପନର ବିଚାରକ।

Gade chapit la Kopi

ପବିତ୍ର ବାଇବଲ

12 ପରମେଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ଅଟେ। ତାହାଙ୍କର ବାକ୍ୟ ଯେକୌଣସି ଦ୍ୱିଧାର ଖ‌‌ଡ଼୍‌ଗଠାରୁ ମଧ୍ୟ ଅଧିକ ଧାରୁଆ। ପରମେଶ୍ୱରଙ୍କ ବାକ୍ୟ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭେଦ କରିପାରେ। ଏହା ହୃଦୟର ଚିନ୍ତା ଓ ଭାବର ବିଗ୍ଭର କରେ।

Gade chapit la Kopi




ଏବ୍ରୀ 4:12
42 Referans Kwoze  

ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ?


ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।


ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖ‌ଡ୍ଗ, ଅର୍ଥାତ୍‍ ଈଶ୍ବରଙ୍କ ବାକ୍ୟ ଧାରଣ କର;


ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।


ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ।


ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;


ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”


କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।


ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।


କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।


“ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ,


ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।


ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।”


ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।


ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ।


ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।


ଏଣୁ ମନ-ପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ।


ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।


ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।


ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?


ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।


ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।


ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।


କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।


ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।


ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।


ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।


କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।


ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ।


ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ।


ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃ-ପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,


ଈଶ୍ବରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି,


ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।


Swiv nou:

Piblisite


Piblisite